ଆଜି ଓଡ଼ିଶା ଆସୁଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ସ୍ୱାଗତ ପାଇଁ ପ୍ରସ୍ତୁତ ଓଡ଼ିଶା

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଓଡ଼ିଆ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ଓଡ଼ିଶା । ଦେଶର ୧୬ତମ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ମାଟିରୁ ପୂର୍ଣ୍ଣ ସମର୍ଥନ ପାଇଁ ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ । ଦ୍ରୌପଦୀଙ୍କୁ ଭୋଟ ଦେବା ପାଇଁ ବହୁ ଆଗରୁ ଅପିଲ କରି ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ବିଧାନସଭାର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ସାଂସଦଙ୍କ ବୈଠକ ବସିବ । ଅନୁଷ୍ଠିତ ବୈଠକରେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିବେ । ସକାଳ ସାଢ଼େ ୧୦ଟାରେ ହେବାକୁ ଥିବା ଏହି ବୈଠକରେ ଦଳ ଦ୍ରୌପଦୀଙ୍କୁ ସ୍ୱାଗତ କରିବ । ସେହିପରି ବିଜେପି ପକ୍ଷରୁ ମଧ୍ୟ ଦ୍ରୌପଦୀଙ୍କୁ ସ୍ୱାଗତ କରାଯିବ ।