ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଭରିଲେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ପ୍ରଥମ ପ୍ରସ୍ତାବକ
1 min readନୂଆଦିଲ୍ଲୀ: ସଂସଦ ଭବନରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବରିଷ୍ଠ ନେତାଙ୍କ ଗହଣରେ ନାମାଙ୍କନ ଦାଖଲ କଲେ ଦ୍ରୌପଦୀ । ଦ୍ରୌପଦୀଙ୍କ ପ୍ରଥମ ପ୍ରସ୍ତାବକ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମାଙ୍କନ ବେଳେ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୃହ ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ସହ ବହୁ କ୍ୟାବିନେଟ ମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସହଯୋଗୀ ଦଳର ନେତା ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ଥିଲେ ।
#WATCH NDA's Presidential election candidate Droupadi Murmu files her nomination in the presence of PM Modi, Union cabinet ministers & CMs of BJP & NDA ruled states pic.twitter.com/PkZDXeL3L1
— ANI (@ANI) June 24, 2022
ପ୍ରସ୍ତାବକ ଥିବା ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ମଧ୍ୟ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ସାଂସଦ ସସ୍ମିତ ପାତ୍ର ମଧ୍ୟ ନାମାଙ୍କନ ସମୟରେ ଉପସ୍ଥିତ ଥିଲେ । ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ଅଛନ୍ତି ।