ମଙ୍ଗଳବାର ଠାରୁ ଆରମ୍ଭ ହେବ NEET ପାଇଁ ପଞ୍ଜିକରଣ, ସେପ୍ଟେମ୍ବରରେ ପରୀକ୍ଷା

1 min read
NEET UG 2021 Date Announced

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଅନୁଷ୍ଠିତ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା NEET । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋଭିଡ୍ କଟକଣା ଭିତରେ ଦେଶବ୍ୟାପୀ ନିଟ୍ ପରୀକ୍ଷା ହେବ । ଏଥିପାଇଁ ଏନଟିଏ ୱେବସାଇଟରେ ଆସନ୍ତାକାଲି (ମଙ୍ଗଳବାର) ଠାରୁ ଆରମ୍ଭ ହେବ ପଞ୍ଜିକରଣ ।

ସେପ୍ଟେମ୍ବରରେ ନିଟ୍ ହେବାକୁ ଥିବାବେଳେ ସାମାଜିକ ଦୂରତା ରକ୍ଷାକୁ ଧ୍ୟାନ ଦିଆଯାଇଛି । ପୂର୍ବରୁ ୧୫୫ଟି ସହରରେ ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ୧୯୮କୁ ବୃଦ୍ଧି କରାଯାଇଥିବା ଟ୍ୱିଟ୍ କରିଛନ୍ତି ଧର୍ମେନ୍ଦ୍ର । ସେହିଭଳି ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯିବ । ୨୦୨୦ରେ ୩ ହଜାର ୮୬୨ଟି ପରୀକ୍ଷା କେନ୍ଦ୍ର ଥିଲା ।

ପରୀକ୍ଷା କେନ୍ଦ୍ରରେ କୋଭିଡ୍ ପ୍ରୋଟୋକଲ୍ ପାଳନକୁ ସୁନିଶ୍ଚିତ କରାଯିବ । ଏଥିପାଇଁ ସମସ୍ତ ପରୀକ୍ଷାର୍ଥୀଙ୍କୁ ଫେସ୍ ମାସ୍କ ଦିଆଯିବ । ପ୍ରବେଶ ଓ ପ୍ରସ୍ଥାନ ବେଳର ସମୟକୁ ଧ୍ୟାନ ଦିଆଯିବ । ପଞ୍ଜିକରଣ କଣ୍ଟାକ୍ଟଲେସ ହେବ । ପରୀକ୍ଷା କେନ୍ଦ୍ରକୁ ସାନିଟାଇଜେସନ୍ କରାଯିବ ସାମାଜିକ ଦୂରତା ରକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

Leave a Reply