ଦେଶରେ ଖସୁଛି କରୋନା ସଂକ୍ରମଣ ମାମଲା; ଆଜି ୨୭ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ କମିବାରେ ଲାଗିଛି । ଗୋଟିଏ ଦିନରେ ଦେଶରେ ୨୭,୦୭୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଏହି ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କରୋନା ମାମଲା ୯୮ ଲକ୍ଷ ୮୪ ହଜାର ୧୦୦ରେ ପହଞ୍ଚିଛି । ଏହା ବ୍ୟତୀତ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୬ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ହଜାର ୬୯୫ ସୁସ୍ଥ ହୋଇଛନ୍ତି ।
