ଦେଶରେ ୩୦,୨୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୯୧ ମୃତ

1 min read

ନୂଆଦିଲ୍ଲୀ: ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୨୫୪ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବିଭାଗର ସୂଚନା ଅନୁଯାୟୀ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ କରୋନା ମାମଲା ୯୮ ଲକ୍ଷ ୫୭ ହଜାର ୦୨୯ରେ ପହଞ୍ଚିଛି । ଏହା ମଧ୍ୟରେ ୩ ଲକ୍ଷ ୫୬ ହଜାର ୫୪୬ଟି ମାମଲା ସକ୍ରିୟ ରହିଛି ।

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୧ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି । ଯାହାକୁ ମିଶାଇ ୧ ଲକ୍ଷ ୪୩ ହଜାର ୦୧୯ ଲୋକ ପ୍ରାଣ ହରାଇଛନ୍ତି । ସେପଟେ ଦେଶରେ ସୁସ୍ଥତାଙ୍କ ସଂଖ୍ୟା  ୯୩ ଲକ୍ଷ ୫୭ ହଜାର ୪୬୪ରେ ପହଞ୍ଚିଛି ।

Leave a Reply