ରାଜ୍ୟରେ ପୁଣି ୩୦୪ ସଂକ୍ରମିତ ଚିହ୍ନଟ

1 min read

ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଦିନକରେ ସର୍ବାଧିକ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମ୍ନାକୁ ଆସିଛି । ଗତ ୨୪ ଘଣ୍ଟାରେ ୩୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭୨ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୨ଜଣ ସ୍ଥାନୀୟ ଲୋକ କରୋନା ସଂକ୍ରମିତ ହୋଇଛନ୍ତି । ଏଥିସହ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ପାର୍ କରିଛି । ସେହିଭଳି ରାଜ୍ୟରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ୨୩୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୧୬୦ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସମୁଦାୟ ୩୦୪ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ୪୭ଜଣ ସଂକ୍ରମିତ ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୪୦, ଜଗତସିଂହପୁରରୁ ୨୯, ଖୋର୍ଦ୍ଧା ୫, କଟକ ୧୩, ଯାଜପୁର ୨୧, ବାଲେଶ୍ୱର ୧୭, ପୁରୀ ୩, କେନ୍ଦ୍ରାପଡ଼ା ୫, ଭଦ୍ରକ ୧୧, କନ୍ଧମାଳ ୧୨, ବଲାଙ୍ଗୀର, ଢେଙ୍କାନାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ, ମୟୁରଭଞ୍ଜ ୬, ନୟାଗଡ଼ ୩, ବରଗଡ଼ ୧୪, ମାଲାନଗିରି ୨, ଝାରସୁଗୁଡ଼ ୨୫, ସୋନପୁର ୪, ସମ୍ବଲପୁର ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅମ୍ଫାନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିବା ୪୨ ଆଗ୍ନିକଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ବର୍ତ୍ତମାନ ସୁଦ୍ଧା ଅମ୍ଫାନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିବା ୨୬୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଛି । ଏବେ ସୁଦ୍ଧା ୫ ହଜାର ସହେ ୬୦ଜଣ ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ୩୫୩୪ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଆଜି ଆଉ ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏବଂ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ୧୬୦୭ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ କରାଯାଉଛି ।

Leave a Reply