ରାଜ୍ୟରେ ଆଉ ୪ ଜଣ କରୋନା ସଂକ୍ରମିତ, ସଂଖ୍ୟା ୪୮କୁ ବୃଦ୍ଧି

1 min read

ଭୁବନେଶ୍ୱର: ରାଜ୍ୟରେ ଆଉ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ମୋଟ୍‌ ୪୦୮ଟି ନମୁନା ପରୀକ୍ଷା କରାଯାଇଥିଲା । ସେଥିମଧ୍ୟରୁ ୬ଟି ରିପୋର୍ଟ ପଜିଟିଭ ଓ ୪୦୨ଟି ନେଗେଟିଭ୍‌ ଆସିଥିଲା ।  ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି।

ସତ୍ୟନଗର ତୋଷାଳି ଭବନ ଓମଫେଡକୁ ଆପଣ ଯାଇଛନ୍ତି କି ? ରୁହନ୍ତୁ କ୍ୱାରେଣ୍ଟାଇନରେ

ଗୁରୁବାର ଦିନରେ ଢେଙ୍କାନାଳର ଜଣେ ୫୧ ବର୍ଷ ବୟସ୍କା ମହିଳା ଏବଂ ଭୁବନେଶ୍ୱର ଆପୋଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗ ମେଦିନିପୁରର ୬୯ ବର୍ଷ ବୟସ୍କ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନ। ଦିଆଯାଇଥିଲା । ତେବେ ରାତିରେ ଆଉ ୪ ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଥିଲା । ଏଥିସହ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଜଣେ କୋଭିଡ୍‌-19ରେ ପ୍ରାଣ ହରାଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି।

Leave a Reply