ରାଜ୍ୟରେ ଆଉ ନୂଆ ୬୩ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୬୩ କରୋନା ପଜିଟିଭ ଚିହ୍ନଟ । ଏଥିସହ ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୬୧ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡ଼ିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁରରୁ ୧୧, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ଗଞ୍ଜାମରୁ ୪ଜଣ ପଜିଟିଭ ଆସିଛନ୍ତି । ବାଲେଶ୍ୱର ଓ କଟକରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତ ହୋଇଛନ୍ତି । ପୁରୀ, ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା, ନବରଙ୍ଗପୁରରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଏହା ସହ ୧୫ ଜିଲ୍ଲାରୁ ୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୫୯ ସାମ୍ପୁଲ ଟେଷ୍ଟ ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୨ ଜଣ ବାହାରୁ ଚିହ୍ନଟ ହୋଇଛନ୍ତି  ।

Leave a Reply