ଆସୁଛି ବାତ୍ୟା ‘ୟଶ’: ୨୩ରୁ ୨୫ ତାରିଖ ମଧ୍ୟରେ ସୁନ୍ଦରବନରେ କରିପାରେ ଲ୍ୟାଣ୍ଡଫଲ୍

1 min read

ଭୁବନେଶ୍ୱର: ମେ’ ମାସରେ କମୁନି ବାତ୍ୟା ଭୟ । ଆସୁଛି ବାତ୍ୟା ‘ୟଶ’ । ଆସନ୍ତା ୨୩ରୁ ୨୫ ମଧ୍ୟରେ ପଶ୍ଚିମବଙ୍ଗର ସୁନ୍ଦରବନରେ କରିପାରେ ଲ୍ୟାଣ୍ଡଫଲ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଲଘୁଚାପରେ ପରିଣତ ହୋଇ ଭୟଙ୍କର ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । କୋଲକାତାର ଅଲିପୁର ପାଣିପାଗ କେନ୍ଦ୍ର ଏହାକୁ ମହାବାତ୍ୟା ବୋଲି କହିଛି । ଏହି ବାତ୍ୟାକୁ ୟଶ ନାଁ ଦେଇଛି ଆଇଏମଡି । ଗତବର୍ଷର ଅମ୍ଫାନଠାରୁ ଏହା ଅଧିକ ଭୟଙ୍କର ହେବ ।

ସୁପର ସାଇକ୍ଲୋନ୍ ବା ମହାବାତ୍ୟାର ରୂପ ନେଇପାରେ । ସୁନ୍ଦରବନକୁ ମେ ୨୩ରୁ ୨୫ ମଧ୍ୟରେ ହିଟ୍ କରିବ ବୋଲି ସ୍ପଷ୍ଟ କରି ଅଲିପୁର ପାଣିପାଗ କେନ୍ଦ୍ର। । ସେପଟେ ଜୁନ୍ ୧ ତାରିଖ ସୁଦ୍ଧା ମୌସୁମୀ କେରଳ ଓ ଜୁନ୍ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ଓ ମୌସୁମୀ ପୂର୍ବରୁ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ସମେତ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି ।

ଏଥିସହିତ ପଢ଼ନ୍ତୁ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ବାତ୍ୟାର ରୂପ ନେବା ଆଶଙ୍କା

Leave a Reply