କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

ପୁରୀ: କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା। ୧୮ ତାରିଖରୁ କେବଳ ଦୁଇଟି ଦ୍ବାରରେ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ସିଂହଦ୍ବାର ଓ ପଶ୍ଚିମ ଦ୍ବାରରେ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ କରିପାରିବେ।
ସିଂହଦ୍ବାରରେ ପ୍ରସ୍ଥାନ ସଂପୂର୍ଣ୍ଣ ବାରଣ କରାଯାଇଛି। ଏହି ବ୍ୟବସ୍ଥା ଶ୍ରୀମନ୍ଦିର ସେବକ ଓ ସେବକ ପରିବାର ସଦସ୍ୟଙ୍କ ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।