ଇଂରାଜୀ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
1 min readଭୁବନେଶ୍ୱର : ବଦଳିଲା କ୍ୟାଲେଣ୍ଡର । ନୂଆ ଆଶା ନେଇ ଆସିଲା ନୂଆ ବର୍ଷ ୨୦୨୪ । ଇଂରାଜୀ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ । ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। #HappyNewYear pic.twitter.com/Xt69L8M5L2
— Naveen Patnaik (@Naveen_Odisha) January 1, 2024