ନନ୍ଦିଘୋଷ ଟିଭି ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ‘ସମ୍ବାଦ’ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ତୀବ୍ର ନିନ୍ଦା

Soumya Ranjan Patnaik

ନୟାଗଡ଼: ନନ୍ଦିଘୋଷ ଟିଭି ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବିଧାୟକ ତଥା ‘ସମ୍ବାଦ’ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ନିନ୍ଦା । କହିଲେ ଯାହା ରାଗ ଅଛି ମନରେ ଚାପି ରଖିବା ଉଚିତ୍‌ । ସାମ୍ବାଦିକଙ୍କୁ ଆକ୍ରମଣ କରିବା ଉଚିତ୍‌ ନୁହେଁ । ରାଜନୈତିକ ଆକ୍ରୋଶ ପାଇଁ ସାମ୍ବାଦିକଙ୍କୁ ଆକ୍ରମଣ କରିବା ଠିକ୍‌ ନୁହେଁ । ବିଜେପି କର୍ମୀଙ୍କ ଏଭଳି ଆଚରଣ ଆଦୌ ଗ୍ରହଣୀୟ ନୁହେଁ ।

ନୟାଗଡ଼ ଯଦୁପୁର ପରୀ ହତ୍ୟାକାଣ୍ଡର ରିପୋର୍ଟିଂ କରୁଥିବା ବେଳେ ନନ୍ଦିଘୋଷ ଟିଭି ସାମ୍ବାଦିକ ଅନୁଜ ଦାସଙ୍କୁ ଆକ୍ରମଣ କରାଯାଇଛି । ଆକ୍ରମଣରେ ବିଜେପି କର୍ମୀଙ୍କ ସମ୍ପୃକ୍ତି । ବିଜେପି ନେତ୍ରୀ ପଦଯାତ୍ରା କରୁଥିବା ବେଳେ ଏଭଳି କାଣ୍ଡ ଘଟିଛି । ସାମ୍ବାଦିକଙ୍କୁ ଆକ୍ରମଣ କରିବା ସହ, ଅସଭ୍ୟ ଭାଷାରେ ଗାଳିଗୁଲଜ କରିଛନ୍ତି ବିଜେପି କର୍ମୀ । କେବଳ ରିପୋର୍ଟର ନୁହଁନ୍ତି ବରଂ କ୍ୟାମେରାମ୍ୟାନ ବିଷ୍ଣୁ ତରାସିଆଙ୍କୁ ମଧ୍ୟ ଆକ୍ରମଣ କରାଯାଇଛି ।

ଘଟଣାସ୍ଥଳରେ ନୟାଗଡ଼ ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାଏ ଉପସ୍ଥିତ ଥିଲେ । ନାରୀ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର, ସାଂସଦ ପ୍ରାର୍ଥୀ ବିଭୁ ତରାଇ ଓ ବରିଷ୍ଠ କର୍ମୀ ମଧ୍ୟ ଉପସ୍ଥିତ ଥିଲେ । ବିଜେପି କର୍ମୀଙ୍କ ଆକ୍ରମଣରେ ନନ୍ଦିଘୋଷ ଟିଭିର କ୍ୟାମେରା ଭାଙ୍ଗିଛି । ସ୍ଥାନୀୟ ଲୋକ ଏହି ଘଟଣାକୁ ନିନ୍ଦା କରିଛନ୍ତି । ବିଜେପି କର୍ମୀଙ୍କ ଏଭଳି ଆଚରଣକୁ ଯଦୁପୁରବାସୀ ବିରୋଧ କରିଛନ୍ତି । ବିଜେପି କର୍ମୀଙ୍କ କବଳରୁ ସାମ୍ବାଦିକଙ୍କୁ ପୋଲିସ ଉଦ୍ଧାର କରିଛି ।

Leave a Reply