ପୋଷ୍ଟ ମାଟ୍ରିକ ସ୍କଲାରସିପରେ ହେବନି କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ

1 min read
CM Inaugurated 15 Online Services Of Fisheries & Animal Resources Development Department

ଭୁବନେଶ୍ୱର: ପୋଷ୍ଟ ମାଟ୍ରିକ ସ୍କଲାରସିପକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଚାତ୍ରୀଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପରେ ହେବନି କୌଣସି ପରିବର୍ତ୍ତନ । ପ୍ରଚଳିତ ହାରରେ ଛାତ୍ରଛାତ୍ରୀ ସ୍କଲାରସିପ୍ ପାଇବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପ୍ରକାଶିତ ପ୍ରସ୍ତାବକୁ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କୀତ ଫାଇଲକୁ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି ।

ସେପଟେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ମାସ ୯ତାରିଖରୁ ଆରମ୍ଭ ହେବାକୁ ଥିବା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ମାଟ୍ରିକ୍-୨୦୨୧) ଫର୍ମ ପୂରଣକୁ ସ୍ଥଗିତ କରାଯାଇଛି । ଫର୍ମ ପୂରଣ ସଂକ୍ରାନ୍ତରେ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା । କିନ୍ତୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ (ଓଷ୍ଟା) ସଂଘ ଏହାର ଦୃଢ଼ ବିରୋଧ କରିଥିଲା । ଏଥି ପାଇଁ ‌ବୋର୍ଡ ପକ୍ଷରୁ ଏହାକୁ ସ୍ଥଗିତ ରଖାଯାଇଛି । ଗଣଶିକ୍ଷା ବିଭାଗ ପକ୍ଷରୁ ଏସଂକ୍ରାନ୍ତରେ ଆଉ ଥରେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଶମ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply