ଫିକା ପଡ଼ିବ ପାର୍ବଣ, ଏଥର ବି ଗଣେଶ ଓ ଦୁର୍ଗା ପୂଜାରେ ଭକ୍ତଙ୍କୁ ମଣ୍ଡପ ମନା

No Devotees Allowed To Puja Mandap For Covid

ଭୁବନେଶ୍ୱର: ପାର୍ବଣ ନେଇ ଆସିଲା ସ୍ୱତନ୍ତ୍ର ରିଲିଫ୍ କମିଶନଙ୍କ ଗାଇଡଲାଇନ୍ । ଗତବର୍ଷ ଭଳି ଏବର୍ଷ ମଧ୍ୟ ବିନା ଭକ୍ତରେ ସମସ୍ତ ପୂଜା, ପାର୍ବଣ ହେବ । ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା, କାଳି ପୂଜା ଆଦି ସମସ୍ତ ପୂଜାରେ ଶ୍ରଦ୍ଧାଳୁଙ୍କ ସମାଗମକୁ ବାରଣ କରାଯାଇଛି । ଅଗଷ୍ଟରୁ ନଭେମ୍ବର ମାସ ମଧ୍ୟରେ ହେବାକୁ ଥିବା ସମସ୍ତ ପାର୍ବଣ ଉପରେ ଆଂଶିକ କଟକଣା ଲଗାଯାଇଛି ।

No Devotees Allowed To Puja Mandap For Covid

ମଣ୍ଡପରେ କୋଭିଡ୍ ଗାଇଡଲାଇନ୍ ମାନି ପୂଜା କରାଯାଇ ପାରିବ । ଏଥିପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଆୟୋଜକ ଅନୁମତି ନେବେ । ଭିଡ଼ ଏଡ଼ାଇବା ପାଇ ପୂଜା ମଣ୍ଡପକୁ ଚାରିପଟୁ ଆବଦ୍ଧ କରାଯିବ । ମୂର୍ତ୍ତିର ସର୍ବାଧିକ ଉଚ୍ଚତା ୪ ଫୁଟ ମଧ୍ୟରେ ରହିବ । ପୂଜା ମଣ୍ଡପରେ ଗୋଟିଏ ସମୟରେ ୭ ଜଣରୁ ଅଧିକ ରହି ପାରିବେ ନାହିଁ । ମଣ୍ଡପରେ ସାମାଜିକ ଦୂରତା ସହ ମାସ୍କ ପିନ୍ଧିବା ଓ ସାନିଟାଇଜେସନକୁ ଗୁରୁତ୍ୱ ଦିଆଯାଇଛି ।

No Devotees Allowed To Puja Mandap For Covid

କୌଣସି ବିସର୍ଜନ ଶୋଭାଯାତ୍ରା ହୋଇପାରିବ ନାହିଁ । ସ୍ଥାନୀୟ କର୍ତ୍ତୃପକ୍ଷ ତିଆରି କରିଥିବା ଅସ୍ଥାୟୀ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ । ପାର୍ବଣ ବେଳେ କୌଣସି ସଂଗୀତ କିମ୍ବା ସାଂସ୍କୃତିକ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ ନାହିଁ । କେହି ଆଇନର ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସଆରସିଙ୍କ ନିର୍ଦ୍ଦେଶନାମାରେ କୁହାଯାଇଛି ।

Leave a Reply