spot_img

Latest Posts

ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ତଳି ଅଞ୍ଚଳରେ ପାଣି ପଶୁଛି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କିନ୍ତୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ତଳି ଅଞ୍ଚଳରେ ପାଣି ପଶିଛି ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ୪ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୪ ଲକ୍ଷ ୫୫ ହଜାର କ୍ୟୁସେକ ବନ୍ୟାଜଳ। ବର୍ତ୍ତମାନ ହୀରାକୁଦରେ ୨୬ଟି ଗେଟ୍ ଦେଇ ବନ୍ୟା ଜଳ ଛଡାଯାଉଛି। ମୁଣ୍ଡଳୀରୁ ୭ଲକ୍ଷ ବନ୍ୟା ଜଳ ପ୍ରବାହିତ ହେଉଛି। ଆଉ ଦୁଇ ତିନି ଦିନ ଏମିତି ପାଣି ଅତିକ୍ରମ କରିବ।

ତଳି ଅଞ୍ଚଳରେ ପାଣି କିଛି ପଶିଛି, କିନ୍ତୁ ରାଜ୍ୟରେ ସେମିତି ବନ୍ୟା ସ୍ଥିତି ନାହିଁ। ଏନେଇ ଏସଆରସିଙ୍କ ସହ ଯୋଗାଯୋଗରେ ଥିବା ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି। ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟ କରାଯାଇଛି ଓ ସ୍ଥିତି ଉପରେ ନଜର ରଖାଯାଇଛି। ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ ଛତିଶଗଡ ପ୍ରବଳ ବର୍ଷା ହୋଇଛି। ତେଣୁ ଏହି ପାଣି ଆସିଛି।

ରାଜ୍ୟର ଜଳ ପରିଚାଳନା ସମ୍ପୂର୍ଣ୍ଣ ଠିକ ଅଛି। ଅତ୍ୟଧିକ ବର୍ଷା କାରଣରୁ ଏହି ପାଣି ଆସିଥିବା ସୂଚନା ଦେଇଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି।

Latest Posts

Don't Miss