ବିକାଶକୁ ବିରୋଧ କରି କେବେ କେହି ସଫଳ ହୋଇ ନାହାନ୍ତି : ନବୀନ

ହିଞ୍ଜିଳି : ହିଞ୍ଜିଳିରୁ ୨୦୨୪ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରୁ ମଞ୍ଚରୁ ଥାଇ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ । କହିଲେ ବିକାଶର ବିରୋଧୀଙ୍କୁ ଓଡ଼ିଶାବାସୀ ବାରମ୍ବାର ଜବାବ ଦେଇଛନ୍ତି । ନବୀନ କହିଲେ ୨୦୩୬ରେ  ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଭାବେ ଶହେ ବର୍ଷ ପୁରଣ କରିବ । ୨୦୩୬ରେ ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ । ବିକାଶ ହେଉଛି ଆମର ପରିଚୟ  କିନ୍ତୁ ଦୁଃଖର କଥା , ବିରୋଧୀ ଦଳ ଗୁଡିକ ସବୁକଥାରେ ରାଜନୀତି କରୁଛନ୍ତି । ସେମାନେ ବିକାଶକୁ ବିରୋଧ କରୁଛନ୍ତି । ଆତ୍ମପ୍ରଚାର କରୁଛନ୍ତି । ଶ୍ରୀମନ୍ଦିର ପ୍ରକଳ୍ପ ହେଉ କି ଏକାମ୍ର କିମ୍ବା ସମଲେଇ ପ୍ରକଳ୍ପ, ସବୁକିଛିକୁ ବିରୋଧୀ ବିରୋଧ କରୁଛନ୍ତି । ତେବେ ପୁରା ଦୁନିଆ ସେମାନଙ୍କ ଅସଲ ରୂପ ଜାଣିଛନ୍ତି । ବିକାଶକୁ ବିରୋଧ କରି କେବେ କେହି ସଫଳ ହୋଇ ନାହାନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ମୋର ବିଶ୍ୱାସ ଆପଣଙ୍କ ଆର୍ଶିବାଦରେ ବିଧାନସଭା ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିବ । ଲୋକସଭା ନିର୍ବାଚନରେ ମଧ୍ୟ ବିଜେଡି ଭଲ ପ୍ରଦର୍ଶନ କରିବ । ଯୋଡ଼ିଶଙ୍ଖକୁ ଆର୍ଶିବାଦ ଦିଅନ୍ତୁ ।

ପ୍ରଥମେ ହିଞ୍ଜିଳିବାସୀଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଛନ୍ତି । ସେଠାରେ ଜନସଭାରେ କହିଥିଲେ ଆପଣ ମାନେ ଏତେ ଖରାରେ ଆସିଛନ୍ତି ସେଥିପାଇଁ ଧନ୍ୟବାଦ ଦେଇଥିଲେ । ଆପଣ ମାନେ ସବୁ ବେଳେ ମୋ ସହ ଅଛନ୍ତି, ଓଡ଼ିଶା ମା’ର ସେବା କରିବାର ସୁଯୋଗ ଆପଣ ମାନେ ମୋତେ ଦେଇଛନ୍ତି । ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ମୁଁ ସବୁବେଳେ କହି ଆସୁଛି ଓଡ଼ିଶାର ସାଢେ ୪ କୋଟି ଲୋକ ମୋ ପରିବାର । ମୁଁ ସବୁବେଳେ ଓଡ଼ିଶାର ବିକାଶ ପାଇଁ କାମ କରୁଛି ଓ ଶେଷପର୍ଯ୍ୟନ୍ତ କରିବି ।