ଶ୍ରୀମନ୍ଦିର ଐତିହ୍ୟ କରିଡରକୁ NMAର ଏନଓସି, ନିଷିଦ୍ଧାଞ୍ଚଳରେ ହେବ ଶୌଚାଳୟ, କ୍ଲକ୍ ରୁମ୍, ସେଲଟର ପାଭିଲିଅନ୍

1 min read

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ଏନଏମଏର ଏନଓସି । ପୂର୍ବରୁ ଏନଏମଏର ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ ।

ସେହିପରି ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ NOC ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ । ତେବେ ବର୍ଦ୍ଧିତ କିମ୍ବା ନିର୍ମାଣ କରାଯାଇପାରିବ ନାହିଁ । ସେହିପରି ଇନ୍ଫର୍ମେସନ, ଡୋନେସନ ସେଲ, ଫାଷ୍ଟ ଏଡ୍ ସେଣ୍ଟର, ପୋଲିସ ସର୍ଭିସ ସେଣ୍ଟର ଓ ଏଟିଏମ୍ ନିର୍ମାଣ ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ ରଖି ରେଗୁଲେଟେଡ୍ ଅଞ୍ଚଳରେ କରାଯିବ ।