ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଓଡିଶାର ୪ ଲୋକସଭା ଆସନରେ ହେବ ମତଦାନ

ବ୍ୟୁରୋ ରିପୋର୍ଟ: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡିଶାର ୪ ଲୋକସଭା ଆସନରେ ଭୋଟଗ୍ରହଣର ମତଦାନ କେନ୍ଦ୍ରରେ ସମୟ ପ୍ରକାଶ ପାଇଛି। ଚତୁର୍ଥ ପର୍ଯ୍ୟାୟରେ କଳାହାଣ୍ଡି ଲୋକସଭା ଆସନର ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ୩୯ ବୁଥରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ନିଆଯିବ ଭୋଟ। ସେହିପରି ଖଡ଼ିଆଳ ନିର୍ବାଚନମଣ୍ଡଳୀର ୨୯ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ। ବାକି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ହେବ।

ସେହିପରି ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରର ସମସ୍ତ ଭୋଟଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ। ଜୁନାଗଡ଼, ଧର୍ମଗଡ଼ ଓ ଭବାନୀପାଟଣା ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ। ନର୍ଲା ବିଧାନସଭା କ୍ଷେତ୍ରର ୧୯ ଭୋଟଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ସେହିପରି ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ ବିଧାନସଭା କ୍ଷେତ୍ରର ୨୨ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ବାକି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଝରିଗାଁ ବିଧାନସଭା କ୍ଷେତ୍ରର ୨୦ ଭୋଟଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ବାକି ଆସନରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ନିଆଯିବ।