spot_img

Latest Posts

ଆଜିଠୁ ରାଜ୍ୟରେ ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

କଟକ: ଆଜିଠୁ ରାଜ୍ୟରେ ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ । ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ୧୫ ହଜାର କର୍ମଚାରୀ । ଏସମା ଆଦେଶକୁ ବି ମାନିବନି ମହାସଂଘ । ଆଜି ଓ କାଲି ଦୁଇଦିନ ଆନ୍ଦୋଳନ ଚାଲିବ । ତେବେ ଏହି ସମୟରେ ଜରୁରୀକାଳୀନ ସେବା ଜାରି ରହିବ । ଆଇସିୟୁ, ଓଟି ଭଳି ଏମରଜେନ୍ସିଂ ସେବା ସ୍ୱେଚ୍ଛାକୃତ ଭାବେ ଚଳାଇବେ ନର୍ସିଂ ଅଫିସର ।

ତେବେ ଦୁଇଦିନରେ ଯଦି ସରକାର ଦାବି ନଶୁଣନ୍ତି ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ ରୋଗୀ ସେବା ବନ୍ଦ କରିଦିଆଯିବ ବୋଲି ମହାସଂଘ ଚେତାବନୀ ଦେଇଛି । ଏପଟେ ଏସମାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛି ନର୍ସିଂ ନିର୍ଦ୍ଦେଶାଳୟ । ଯଦି କୌଣସି ନର୍ସିଂ ଅଫିସର ଷ୍ଟ୍ରାଇକ କରୁଥିବେ ସେନେଇ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ନର୍ସିଂ କ୍ଷେତ୍ରରେ ଆଉଟସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ, କର୍ମଚାରୀଙ୍କୁ କଣ୍ଟ୍ରାକଚ୍ୟୁଆଲରୁ ରେଗୁଲାର କରିବା ଆଦି ୧୦ ଦଫା ଦାବି ନେଇ ସଂଘ ଆନ୍ଦୋଳନକୁ ଓହ୍ଲାଇବ । ସଂଘର ଦାବି ଅନୁସାରେ, ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ଛଅ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରିରେ ମିଶାଇ ପଦୋନ୍ନତି, ଆର୍ଥିକ ସହାୟତା, ବରିଷ୍ଠତା ଭିତ୍ତିରେ ପଦୋନ୍ନତି, CHO ପଦବୀରୁ ଫେରାଇଆଣି କ୍ୟାଡ଼ର ପୋଷ୍ଟରେ ଅବସ୍ଥାପିତ, ମେରୁଦଣ୍ଡ ଆଘାତ ଚିକିତ୍ସା କେନ୍ଦ୍ର ନର୍ସିଂ ଅଫିସରଙ୍କୁ ସ୍ଥାୟୀ ନିଯୁକ୍ତି ସହ ଠିକାସଂସ୍ଥା ଦ୍ୱାରା ନର୍ସିଂ ଅଫିସର ନିୟୋଜନ ଆଦେଶକୁ ପ୍ରତ୍ଯାହାର କରିବାକୁ ଦାବି ହୋଇଛି ।

Latest Posts

Don't Miss