ଭୁବନେଶ୍ୱର: ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର (ଓକାକ) ସିଇଓଙ୍କ ହ୍ବାଟସଆପ୍ ହ୍ୟାକ୍ ଘଟଣାରେ ବେଙ୍ଗାଲୁରୁ ଲିଙ୍କ୍ ଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ହ୍ବାଟ୍ସଆପ୍ ନମ୍ବର ହ୍ୟାକ୍ କରି ୭ ଲକ୍ଷ ଟଙ୍କା ଲୁଟ୍ କରିଥିବା ସାଇବର ଠକ ବେଙ୍ଗାଲୁରୁର ବୋଲି ସୂଚନା ମିଳିଛି। ଗୋଟିଏ ପରେ ଗୋଟିଏ ୩ଟି ଆକାଉଣ୍ଟରୁ ଟଙ୍କା ଯାଇଛି। ହ୍ୟାକର ହ୍ବାଟ୍ସଆପ୍ ହ୍ୟାକ୍ କରିବା ପରେ ଓକାକ୍ ସିଇଓଙ୍କ ୩ଜଣ ସମ୍ପର୍କୀୟଙ୍କ ପାଖକୁ ଯାଇଥିଲା ଲିଙ୍କ୍। ସେମାନେ ଟଙ୍କା ପଠାଇଥିଲେ, ସିଧା ଯାଇଥିଲା ହ୍ୟାକର ଆକାଉଣ୍ଟକୁ ।

ଏବେ ଘଟଣାର ଖୋଳତାଡ଼ ପାଇଁ ବେଙ୍ଗାଲୁରୁ ଯିବ କ୍ରାଇମବ୍ରାଞ୍ଚ। ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରିବାକୁ ଚିଠି ଲେଖାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି । ଗତକାଲି କ୍ରାଇମବ୍ରାଞ୍ଚ ସ୍ପେଶାଲ ଟିମ୍ ତଦନ୍ତ ଆରମ୍ଭ କରିଥିଲା । ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର-ଓକାକର ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟ୍ସଆପ୍ ନମ୍ବର ହ୍ୟାକ୍ କରି ୭ ଲକ୍ଷରୁ ଅଧିକ ଟଙ୍କା ଠକେଇ ହୋଇଥିବା ନେଇ ଗତକାଲି ସହିଦନଗର ଥାନାରେ ଅଭିଯୋଗ ହୋଇଥିଲା । ଅଫିସ୍ ଷ୍ଟାଫ୍ ଓ ସମ୍ପର୍କୀୟମାନଙ୍କୁ ଚିକିତ୍ସା ପାଇଁ ହ୍ୟାକର ଟଙ୍କା ମାଗିଥିଲା ମନୋଜଙ୍କ ନମ୍ବରରୁ । ଆଉ କର୍ମଚାରୀମାନେ ସତ ଭାବି ଜଣେ ୫ ଲକ୍ଷ ଓ ଆଉ ଜଣେ ୨ ଲକ୍ଷ ଟଙ୍କା ପଠାଇଥିଲେ।
ଅଧିକ ପଢନ୍ତୁ- ଓକାକ ସିଇଓଙ୍କ ହ୍ୱାଟ୍ସଆପ୍ ନମ୍ବର ହ୍ୟାକ୍ କରି ୭ ଲକ୍ଷ ଠକେଇ, କ୍ରାଇମବ୍ରାଞ୍ଚର ଛାନଭିନ୍

