ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ୨୯ରେ ଘୂର୍ଣ୍ଣିବଳୟ, ଅକ୍ଟୋବର ପହିଲାରେ ଲଘୁଚାପ । ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନସାଗର ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଫଳରେ ଅକ୍ଟୋବର ପହିଲାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି । ଏହା ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଦେଖିବାକୁ ମିଳିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।