ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

1 min read

ଭୁବନେଶ୍ୱର: ଜ୍ୱିଗାଟୋ’ ଫିଲ୍ମ ଉପରୁ  ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର  ।  ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି ।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ ।