ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ଜାତୀୟ ପୁରସ୍କାର

1 min read

ନୂଆଦିଲ୍ଲୀ: ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ଖୁବ୍ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ ଭଲ । ଏଥିପାଇଁ ଓଡିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଲଗାତାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଭଲ ପ୍ରଦର୍ଶନ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ।

ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର 2023 ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀ ବିଜ୍ଞାନ ଭବନରେ ତୃତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀରେ କେନ୍ଦ୍ର ସରକାର ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ osdma କୁ ଏହି ସମ୍ମାନ ପ୍ରଦାନ ପାଇଁ ଘୋଷଣା କରିଥିଲେ ।

ପୁରସ୍କାର ବାବଦରେ 51 ଲକ୍ଷ ଟଙ୍କା ର ଆର୍ଥିକ ଅର୍ଥ ରାଶି ସହିତ ସାର୍ଟିଫିକେଟ ପ୍ରଦାନ କରାଯାଇଛି । 1999 ମସିହା ବାତ୍ୟାରେ ଅନେକ ଧନ ଜୀବନ ନଷ୍ଟ ହୋଇଥିଲା । ଏହା ଅନେକ କିଛି ଶିକ୍ଷା ଦେଇଛି । ଏହାପରେ ଆହୁରି 7 ଟି ବାତ୍ୟା କୁ ସମ୍ମୁଖୀନ କରିଛି ଓଡ଼ିଶା । କିନ୍ତୁ କୌଣସି ଧନ ଜୀବନ ନଷ୍ଟ ହୋଇନାହିଁ । ଓଡିଶା ପ୍ରଥମ ରାଜ୍ୟ ଯିଏ କି, ଅଗ୍ନିଶମ ବିଭାଗକୁ multi tasking force ଭାବେ ବ୍ୟବହାର କରିଛି ।