ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନ

ନନ୍ଦିଘୋଷ ବ୍ୟୁରୋ: ଗୁରୁବାର ହେଉଛି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନ। ତେବେ ଗୃହ ସ୍ୱାଭାବିକ ଭାବେ ଚାଲିବ କି ନାହିଁ ତାକୁ ନେଇ ସନ୍ଦେହ ଦେଖାଦେଇଛି । ଆଜି ମଧ୍ଯ ଚିକିଟି ମଦ ମୃତ୍ୟୁକୁ ନେଇ ଗୃହ ସରଗରମ ହୋଇପାରେ । ତେବେ ଅନେକ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନକାଳ ରହିଛି । ଜଳ ସମ୍ପଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ,  ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ସେପଟେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି ।  ବିରୋଧୀ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆସିବ।