ଆଜି ବି ସରଗରମ ହେବ ବିଧାନସଭା, ବିରୋଧୀ ଆଣିବେ ମୁଲତବି ପ୍ରସ୍ତାବ
1 min read
ଭୁବନେଶ୍ବର: ଚାଲିଛି ଓଡ଼ିଶା ବିଧାନସଭା ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ । ଆଜି ବି ବେଶ ସରଗରମ ହୋଇପାରେ ଗୃହ । ଆଜି ପ୍ରଶ୍ନକାଳରେ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ, ରାଜ୍ୟ ବୀମା ବିଭାଗର ପ୍ରଶ୍ନକାଳ ରହିଛି ।
ଶୂନ୍ୟକାଳରେ ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟ, ମହିଳା ନିର୍ଯାତନା, ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ଆଦି ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଘେରି ପାରନ୍ତି ବିରୋଧୀ । ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ ।
ସେହିପରି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି l ତେବେ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ ଭିନ୍ନ ଭିନ୍ନ ପ୍ରସଙ୍ଗ ଉଠାଇ ସରକାରକୁ ଘେରିବାକୁ ପ୍ରସ୍ତୁତ ଥିବାରୁ ଗୃହ କାର୍ଯ୍ୟ ସ୍ଵାଭାବିକ ଭାବେ ଚାଲିବ କି ନାହିଁ ତାହାକୁ ନେଇ ପ୍ରଶ୍ନବାଚି ସୃଷ୍ଟି ହୋଇଛି l