spot_img

Latest Posts

ବିଧାନସଭାରେ ବିରୋଧୀଙ୍କ ପ୍ରଶ୍ନ, ଓଡ଼ିଆ ’ଅସ୍ମିତା’ କୁଆଡ଼େ ଗଲା?

ନନ୍ଦିଘୋଷ ବ୍ୟୁରୋ: ବଜେଟ ଅଧିବେଶର ଦ୍ବିତୀୟ ଦିନରେ ବି ବିଧାନସଭାରେ ଓଡ଼ିଆ ଅସ୍ମିତା ତାତି । ଅପରାହ୍ନରେ ଗୃହ ଆରମ୍ଭରୁ ପୁଣି ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହ ମଧ୍ୟ ଭାଗରେ ପ୍ରତିବାଦ କରିଛନ୍ତି। ଓଡ଼ିଆ ଅସ୍ମିତା କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ। ପ୍ରଥମାର୍ଦ୍ଧରେ ମଧ୍ୟ ସମାନ ପ୍ରସଙ୍ଗକୁ ନେଇ ଗୃହରେ ହୋହଲ୍ଲା ହୋଇଥିଲା। ରାଜ୍ଯପାଳଙ୍କ ପୁଅ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି ବୋଲି ପ୍ରଶ୍ନ କରିବା ସହ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି । ରାଜ୍ଯପାଳଙ୍କ ପୁଅଙ୍କୁ ଗିରଫ କରିବାକୁ ଗୃହରେ ଦାବି ଉଠାଇଛନ୍ତି ବିରୋଧୀ ଦଳ ମୁଖ୍ଯ ସଚେତକ ପ୍ରମିଳା ମଲ୍ଲିକ । ଗୃହର ମଧ୍ଯ ଭାଗରେ ବିରୋଧୀ ବିଜେଡି ସଦସ୍ଯ ପ୍ରତିବାଦ କରିଛନ୍ତି ।

ପ୍ରମିଳା ଅଭିଯୋଗ କରିଛନ୍ତି, ଗତ ୭ ତାରିଖରେ ରାଜ୍ୟପାଳଙ୍କ ପୁଅ ASOଙ୍କୁ ମାଡ଼ ମାରିଲେ । ହେଲେ ତଦନ୍ତ  କରାଗଲାନି । ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ASOଙ୍କ ସହ କଣ ଆଲୋଚନା କଲେ ତାହା ଜଣାପଡିଲାନି ।  ଓଲଟି ASOଙ୍କୁ ବଦଳି କରିଦିଆଗଲା । ଏଏସଓଙ୍କୁ ମାଡମାରିବା ପରେ ବି ନ୍ଯାୟ ମିଳୁନି । ଘଟଣାରେ ଆଇନମନ୍ତ୍ରୀ ଦାୟିତ୍ବହୀନ ମନ୍ତବ୍ଯ ଦେଉଛନ୍ତି । ଆଇନ ମନ୍ତ୍ରୀ କହୁଛନ୍ତି, ଜିଲ୍ଲାପାଳ ଘଟଣାର ତଦନ୍ତ କରୁଛନ୍ତି । କେଉଁଠି ଫୌଜଦାରୀ ମାମଲା ଜିଲ୍ଲାପାଳ ତଦନ୍ତ କରନ୍ତି କି ବୋଲି ପ୍ରଶ୍ନ କରିଛ୍ତି ପ୍ରମିଳା । ଯଦି ଜିଲ୍ଲାପାଳ ତଦନ୍ତ କରୁଛନ୍ତି ତାହେଲେ SP, IIC କୁଆଡେ ଗଲେ ? ଏଏସଓଙ୍କୁ କି ପ୍ରକାର ସୁରକ୍ଷା ଓ ନ୍ଯାୟ ଦିଆଯାଇଛି ମୁଖ୍ଯମନ୍ତ୍ରୀ ସେ ସମ୍ପର୍କରେ ଗୃହରେ ବିବୃତି ରଖନ୍ତୁ । ଓଡ଼ିଆ ଅସ୍ମିତାର କଥା କହି ଆସିଥିବା ସରକାର କେମିତି ଓଡ଼ିଆଙ୍କୁ ସୁରକ୍ଷା ଦେଉଛି ତାହା ଜଳଜଳ ହୋଇଦିଶୁଛି । ସରକାର ରାଜ୍ଯପାଳଙ୍କ ପୁଅକୁ ଘଣ୍ଟ ଘୋଡ଼ାଉଥିବା ନେଇ ଅଭିଯୋଗ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ଯ ।

Latest Posts

Don't Miss