ଆଜି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ
ଭୁବନେଶ୍ବର : ଆଜି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ଯା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନ କାଳ ରହିଛି । ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଉଠାଇବେ । ଅପରାହ୍ନରେ ଶିଳ୍ପ, ଏମଏସଏମଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ମୁଲତବୀ ପ୍ରସ୍ତାବ ବି ଆଣିପାରନ୍ତି ।