ବଢ଼ୁଛି ବ୍ୟବଧାନ: ନବମ ରାଉଣ୍ଡ ଶେଷ ସୁଦ୍ଧା ୧୪,୫୬୧ ଭୋଟରେ ଆଗୁଆ
1 min readତିର୍ତ୍ତୋଲ,ବାଲେଶ୍ୱର : ତିର୍ତ୍ତୋଲରେ ସରିଲା ନବମ ପର୍ଯ୍ୟାୟ ଭୋଟ ଗଣତି । ମୋଟି ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ତିର୍ତ୍ତୋଲରେ ନବମ ପର୍ଯ୍ୟାୟ ଭୋଟ ଗଣତି ସରିଛି । ୯ମ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ତିର୍ତ୍ତୋଲ ଆସନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୨ ହଜାର୭୫, କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକ ୬ ହଜାର ୮୩୫, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ୧୭ ହଜାର ୫୧୪ ଭୋଟ ପାଇଛନ୍ତି ।
ଅପରପକ୍ଷରେ ବାଲେଶ୍ୱର ସଦର ଆସନରେ ମଧ୍ୟ ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ଆଗୁଆ ଅଛନ୍ତି । ବାଲେଶ୍ୱରରେ ଅଷ୍ଟମ ପର୍ଯ୍ୟାୟ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୨୯ ହଜାର୩୯୨, ବିଜେପି ପ୍ରାର୍ଥୀ ମାନସ ଦତ୍ତ ୨୫ ହଜାର ୬୨୨ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ୨୧୧୭ ଭୋଟ ପାଇଛନ୍ତି । ଏବଂ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକ ଆଶାନୁରୂପ ପ୍ରଦର୍ଶନ କରିପାରିନାହାଁନ୍ତି । ଏବଂ ସେ ମାତ୍ର ୨୫୦ ଖଣ୍ଡ ଭୋଟ ପାଇଛନ୍ତି ।
କୋଭିଡ କଟକଣା ମଧ୍ୟରେ ଭୋଟ ଗଣତି ଚାଲିଛି । ବାଲେଶ୍ଵର ପାଇଁ ୩ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ଓ ତିର୍ତ୍ତୋଲ ପାଇଁ ୨ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଫଳାଫଳ ଜାଣିବା ପାଇଁ ବଡ଼ ବଡ଼ TVର ବ୍ୟବସ୍ଥା କରାଯାଇଛି । ECI ୱେବସାଇଟରେ ପ୍ରତି ରାଉଣ୍ଡରେ ଫଳାଫଳ ଉପଲବ୍ଧ ରହିଛି । ସେପଟେ ତ୍ତିର୍ତ୍ତୋଲ ଭୋଟ ଗଣତି ପାଇଁ ବି ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । SVM କଲେଜରେ ଦୁଇଟି ହଲରେ ଚାଲିଛି ତିର୍ତ୍ତୋଲ ପାଇଁ ଗଣନା । ହଲରେ ୭ଟି ଲେଖାଏଁ ଟେବୁଲ ପଡ଼ିଛି । ଏହା ସହ ପୋଷ୍ଟାଲ ବାଲଟ୍ ପେପର ଗଣତି ପାଇଁ ଆଉ ଗୋଟିଏ ହଲରେ ଦୁଇଟି ଟେବୁଲର ବ୍ୟବସ୍ଥା ହୋଇଛି । ଗଣତି ସମୟରେ ମାଇକ୍ରୋ ଅବଜରଭର, କାଉଣ୍ଟିଂ ଆସିଣ୍ଟାଣ୍ଡ ଓ କାଉଣ୍ଟି ସୁପର ଭାଇଜର ମୁତୟନ ହୋଇଛନ୍ତି । ସୁରକ୍ଷା ଦୃଷ୍ଟିରୁ ୪ ପ୍ଲାଟୁନ୍ ପୋଲିସ ଫୋର୍ସ, ୩୭ ଜଣ ଅଫିସର, ଜଣେ ଆଡିସନାଲ ଏସପି ଓ ତିନି ଜଣ ଡିଏସପି ମୁତୟନ ରହିବେ । CRPFର ଗୋଟିଏ ପ୍ଲାଟୁନ୍ ମଧ୍ୟ ମୁତୟନ ।