spot_img

Latest Posts

ଗୋପାଳପୁରରେ ଶିଳ୍ପ କରିଡର, ୧୦ ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ

ଭୁବନେଶ୍ବର: ଗୋପାଳପୁରରେ ହେବ ଶିଳ୍ପ କରିଡର। ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ଭୁବନେଶ୍ବର, ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା।

ପୂର୍ବ ବ୍ୟବସ୍ଥା ଅନୁଯାୟୀ ଏସବୁ ଭୂମିହୀନ ପୁରୀ ପୌରସଂସ୍ଥା ଅଧୀନରେ ଲିଜ୍ ସୂତ୍ରରେ ଜମି ପାଇଥିଲେ । ସେହିପରି ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଦିଆଯିବ। ସରକାରୀ ସ୍କୁଲର ମାନ୍ୟତା ପାଇବ କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ। ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ହେବ ସଂଶୋଧନ । ଏଥିସହ MSME ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ହେବ ସଂଶୋଧନ। ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ କରାଯିବ। ପରିବହନ ବିଭାଗ ଏହି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି ।

ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି ।

Latest Posts

Don't Miss