୧୫ଟି ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ, ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍‌ରେ ଦୌଡିବ ଗାଡି

1 min read

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ ।
୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ୍ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି  । ସେହିପରି ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି  ।

 

ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ । ଓଡ଼ିଶା ଖଦି ଓ ଗ୍ରାମଦ୍ୟୋଗ ବୋର୍ଡ ଅଧିନିୟମରେ ଆସିବ ସଂଶୋଧନ । ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ, ଜିପିଏଫ୍ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି  ।

 

ସେହିପରି ଅବକାରୀ ସବଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆସିବାକୁ ଥିବାବେଳେ ପୂର୍ବରୁ ଥିବା ନିଯୁକ୍ତି ଅଧିନିୟମ ଅକାମୀ ହେବ ।