spot_img

Latest Posts

 ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ, ୧୨ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS। ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି । ସେହିପରି ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ କ୍ୟାବିନେଟ୍ ମୋହର ମାରିବା ସହ ୫ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମଂଜୁରୀ ମିଳିଛି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାନିବିଲି ଗାଁ ନିକଟ ଋଶିକୁଲ୍ୟା ନଦୀରେ ହେବ ବ୍ୟାରେଜ୍। ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ସେହିପରି ବ୍ରହ୍ମପୁରରେ ପ୍ରସ୍ତାବିତ ରିଂ ରୋଡକୁ କ୍ୟାବିନେଟ୍ ଗ୍ରୀନ୍ ସିଗନାଲ ଦେଇଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଥିବା ଆମ ହସପିଟାଲ୍ ଯୋଜନାରେ ଲାଗିଛି କ୍ୟାବିନେଟ୍ ମୋହର।

Latest Posts

Don't Miss