ମେ ୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ
1 min readଭୁବନେଶ୍ୱର: କାଲି ଆସିବ ଯୁକ୍ତ ଦୁଇ ପରୀକ୍ଷା ଫଳ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ସେହିପରି ୮ଜୁନ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ଚଳିତବର୍ଷ ମୋଟ ୩ ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି। ଏଥିରେ ୧ ଲକ୍ଷ ୭୩ ହଜାର ୫୩୪ ଜଣ ଛାତ୍ର ଥିବା ବେଳେ ଛାତ୍ରୀଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୪ ହଜାର ୪୦୮ । କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ, ବିଜ୍ଞାନରେ ୯୧ ହଜାର ୩୭୯, ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପିଲା ପରୀକ୍ଷା ଦେଇଛନ୍ତି ।
ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଚଳିତବର୍ଷ ମୋଟ ୧୧ ଶହ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୬୫ଟି ଅଫଲାଇନ କେନ୍ଦ୍ର ଓ ୩୯ଟି ଅନଲାଇନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା ।