ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧୀସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନୂଆଦିଲ୍ଲୀ: ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧୀସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ସହ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

ଏହାପରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ  ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଭେଟିବା ନେଇ କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ସାମିଲ ହେବେ।