ଆସିଲା ମନ୍ତ୍ରୀଙ୍କ ଦାଖଲ ସମ୍ପତ୍ତି ତାଲିକା, ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ୬୪ କୋଟି ୯୭ ଲକ୍ଷ

ଭୁବନେଶ୍ୱର: ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ମନ୍ତ୍ରୀ ଦାଖଲ ସମ୍ପତ୍ତି ତାଲିକା। ସିଏମଓ ୱେବସାଇଟରେ ସମସ୍ତ ମନ୍ତ୍ରୀଙ୍କର ସ୍ଥାବର ଓ ଅସ୍ଥାବାର ସମ୍ପତ୍ତି ତାଲିକା ପ୍ରକାଶ ପାଇଛି । ୨୦୨୧ ଡିସେମ୍ବର ୩୧ ସୁଦ୍ଧା କେଉଁ ମନ୍ତ୍ରୀଙ୍କର କେତେ ସମ୍ପତ୍ତି ରହିଛି, ତାହା ପ୍ରକାଶ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ୨୦୨୧ ଡିସେମ୍ବର ୩୧ ସୁଦ୍ଧା ମୋଟ ସମ୍ପତ୍ତିର ପରିମାଣ ହେଉଛି ୬୪ କୋଟି  ୮୯ ହଜାର ୨୨୦ ଟଙ୍କା ।

ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଜନପଥ ବ୍ୟାଙ୍କରେ ୭୨ ଲକ୍ଷ ଟଙ୍କା ରହିଛି। ସେହିପରି ଭୁବନେଶ୍ୱର ଷ୍ଟେଟ୍ ବ୍ୟାଙ୍କରେ ୨୧ ଲକ୍ଷ ୭୧ ହଜାର ଟଙ୍କା, ହିଞ୍ଜିଳିକାଟୁ ଷ୍ଟେଟ୍ ବ୍ୟାଙ୍କରେ ୭ ହଜାର ୭୪ ଟଙ୍କା ଓ ହିଞ୍ଜିଳିକାଟୁ କଲେଜ କ୍ୟାମ୍ପସରେ ଥିବା ଷ୍ଟେଟ୍ ବ୍ୟାଙ୍କ ଆକାଉଣ୍ଟରେ ୧୪ ହଜାର ୪୮୮ ଟଙ୍କା ରହିଥିବା ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସମ୍ପତ୍ତି ତାଲିକାରେ ଆଗରେ ଅଛନ୍ତି।