spot_img

Latest Posts

ଢେଙ୍କାନାଳବାସୀ ପାଇଲେ ସ୍ମାର୍ଟକାର୍ଡ, ଉପକୃତ ହେବେ ୧୦ ଲକ୍ଷ ହିତାଧିକାରୀ

ଢ଼େଙ୍କାନାଳ: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ିହେଲା ଢେଙ୍କାନାଳ। ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ ଯୁଗର ମହାବିପ୍ଲବ ଢେଙ୍କାନାଳରେ ମଧ୍ୟ ଆରମ୍ଭ ହୋଇଛି।  ଢେଙ୍କାନାଳ ରେ BSKYର ସ୍ମାର୍ଟ କାର୍ଡକୁ ନିଜ ହାତରେ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନାଯୋଗ୍ୟ ୟେ, ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ଼ ଦେବାରେ ଦେଶରେ ପ୍ରଥମ ରାଜ୍ୟ ହେଉଛି ଓଡ଼ିଶା। ଖାଲି କାର୍ଡ ବଣ୍ଟା ଯାଇନାହିଁ, ସ୍ମାର୍ଟ କାର୍ଡ ବାଣ୍ଟନ ସହ ଝାରସୁଗୁଡ଼ାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉପକୃତ ହେବେ ଜିଲ୍ଲାର ୧୦ଲକ୍ଷ ହିତାଧିକାରୀ।

ସେହିପରି ଢେଙ୍କାନାଳ ଜିଲ୍ଲାର ଭିତ୍ତିଭୂମି ବିକାଶ ପାଇଁ ୮୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜିଲ୍ଲାରେ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ୫୦କୋଟି ଟଙ୍କା ଖର୍ଚ୍ଚ କରାଯିବ। ୯୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି। ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ।

ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ମାଇଲ୍‌ଷ୍ଟୋନ୍‌ ହୋଇଥିବା ବେଳେ ବଡ଼ ବଡ଼ ୨ଶହ ହସ୍ପିଟାଲରେ ହିତାଧିକାରୀ ପାଇପାରିବେ ଚିକିତ୍ସା ସୁବିଧା।। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାସ୍ଥ୍ୟ ହିଁ ସମ୍ପଦ। ପ୍ରତିଟି ଜୀବନ ମୂଲ୍ୟବାନ । ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡ଼ିଗଲେ ଚିନ୍ତା ବଢିଯାଏ । ଜମି ବିକ୍ରି କରି, ସୁନା ଗହଣା ବିକି ଖର୍ଚ୍ଚ ତୁଲାଇବା କଥା ବେଶ ଦୁଃଖଦାୟକ । ଏପରିକି ପିଲାଙ୍କର ପାଠପଢାରେ ମଧ୍ୟ ଡୋରି ବନ୍ଧା ହୋଇଥାଏ । ଏସବୁ ସମସ୍ୟାରୁ ଲୋକଙ୍କୁ ମୁକୁଳାଇବା ପାଇଁ ହେଲଥ୍ କାର୍ଡ ସଞ୍ଜିବନୀ ସଦୃଶ ।

Latest Posts

Don't Miss