ସ୍ୱର୍ଗତ ମନୋଜ ଦାସଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

1 min read
Changes In Author Manoj Das International Award Norms

ଭୁବନେଶ୍ୱର: ଶେଷ ନିଶ୍ୱାସ ତ୍ୟାଗ କରିଥିବା ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ ମନୋଜ ଦାସଙ୍କ ପରିବାର ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ସେ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ମଧ୍ୟ ଜଣାଇଛନ୍ତି ।

ସୂଚନା ଅନୁଯାୟୀ  ପୁଡୁଚେରୀ ସରକାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋଜ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି । ଏନେଇ ପୂର୍ବରୁ ଓଡ଼ିଶା ସରକାରଙ୍କ ତରଫରୁ ପୁଡୁଚେରୀ ସରକାରଙ୍କୁ ନିବେଦନ କରାଯାଇଥିଲା । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ସେ ୧୯୬୩ ମସିହାରୁ ପୁଡୁଚେରୀର ଶ୍ରୀ ଅରବିନ୍ଦ ଆଶ୍ରମଠାରେ ଅବସ୍ଥାନ କରିଆସୁଥିଲେ। ୨୦୨୧ ମସିହା ଏପ୍ରିଲ୍ ୨୭ ତାରିଖରେ ମାତ୍ର ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି ।

୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲା ଶଙ୍ଖାରି ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ । ବାପା ମାଆଙ୍କର ପଞ୍ଚମ ସନ୍ତାନ ହେଉଛନ୍ତି ମନୋଜ। ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ମଧ୍ୟ ଅର୍ଜନ କରିଛନ୍ତି ସେ। ମାତା କାଦମ୍ବିନୀ ଦେବୀଙ୍କ ପ୍ରଭାବରେ ବାଲ୍ୟକାଳରୁ ମନୋଜ ଦାସଙ୍କ ରାମାୟଣ ଓ ମହାଭାରତ ପ୍ରତି ଶ୍ରଦ୍ଧା ଜାତ ହୋଇଥିଲା । ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା ।

ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ ‘ସମୁଦ୍ରର କ୍ଷୁଧା’ ପ୍ରକାଶ ପାଇଥିଲା । ସେହି ସମୟରେ ‘ଦିଗନ୍ତ’ ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ ।

ଅଧିକ ପଢନ୍ତୁ- ପରଲୋକରେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ

 

Leave a Reply