ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ : ୧୦ରୁ ୧୨ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ୧୦ରୁ ୧୨ଟି ପ୍ରସ୍ତାବ ଉପରେ ବାଜିବ ମୋହର । ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ହେବ ଆଲୋଚନା ।
ଏହି ବୈଠକରେ ଏକାଧିକ ବିଭାଗର ବହୁ ଗୁରୁତ୍ବପୁର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଏଥି ସହିତ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାପଡିଛି।