ଆଜିଠୁ ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜିଠୁ ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧ଟା ୩୦ରେ ଦିଲ୍ଲୀ ଗସ୍ତରେ ବାହାରିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩୦ ତାରିଖରେ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କୁ ନେଇ ହେବାକୁ ଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମକୁ ଉଦଘାଟନ୍ କରିବେ ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ ୧ଟା ୩୦ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ମେ ପହିଲାରେ ମୁଖ୍ୟମନ୍ତ୍ରୀଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁ । ଏହାର ଗୋଟିଏ ଦିନ ପରେ ଅର୍ଥାତ ମେ’ ୨ରେ କେନ୍ଦ୍ର ସରକାରଙ୍କର ନିକଟରେ ଅଟକି ରହିଥିବା ରାଜ୍ୟ ସ୍ୱାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରୁ ପ୍ରତ୍ୟାବର୍ତ୍ତନ କରିବେ ।