spot_img

Latest Posts

ଆଜି BSKY ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେନାହିଁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା।  ସଭିଙ୍କ ହାତରେ ସ୍ବାସ୍ଥ୍ଯ ସଞ୍ଜୀବନୀ ଦେବାକୁ ଆଜି ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ।

ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଦିନ ୧୧ଟାରେ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟକ୍ରମେ ଏହା ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡ଼ିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ। ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ।

ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବାକୁ ଯାଉଛନ୍ତି। ଯାହାକି ରାଜ୍ୟ ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ। ଗତ ୫ ବର୍ଷରେ ବିଏସକେଓ୍ବାଇରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

Latest Posts

Don't Miss