‘ଆମ ପିଲା ସୁଯୋଗ ପାଇଲେ ଇତିହାସ ସୃଷ୍ଟି କରିପାରିବେ’

1 min read

ହିଞ୍ଜିଳିକାଟୁ: ଆମ ପିଲାଙ୍କ ପାଖରେ ପ୍ରଚୁର ସମ୍ଭାବନା ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଭିଡ଼ିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ଟି ସ୍ମାର୍ଟ୍ ସ୍କୁଲକୁ ଲୋକାର୍ପିତ କରି ଏଭଳି କହିଛନ୍ତି ।  ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ଆୟୋଜିତ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ଦ୍ୱାର ସମ୍ଭୋଧିତ କରି ମୁଖ୍ୟମନ୍ତ୍ରୀ ହକିକୁ ଉଦାହରଣ ଭାବେ ରଖିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ଆମ ଓଡିଶାର ପିଲାମାନେ ପ୍ରତିଭାରେ କାହା ଠାରୁ କମ୍ ନୁହନ୍ତି। ସେମାନଙ୍କ ପାଖରେ ଭରପୂର ସମ୍ଭାବନା ରହିଛି। ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ। ଏହି ପ୍ରସଙ୍ଗରେ ହକି ଖେଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ‘‘ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା। ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା, ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ। ଓଡିଶା ସରକାର ହକିର ପ୍ରାୟାେଜକ ରହିଛନ୍ତି ।  ଓଡିଶାର ଦୁଇ ଜଣ ଖେଳାଳୀ ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି।

CM Sanctioned 10 Lakhs Medical Advance For Addl. Tahasildar Of Lakhanpur

ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ଉଦ୍ଦେଶ୍ୟରେ ଆହୁରି ମଧ୍ୟ କହିଛନ୍ତି ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ। ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଭାବେ ଗଢି ତୋଳିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ।  5Tର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣକୁ ସଫଳ କରିଛି।  ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଯୋଡ଼ି ପାରିଛି।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର  ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। 5T ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ତେବେ ୫ଟି ପର୍ଯ୍ୟାୟରେ ପ୍ରାୟ ୫୦ଟି ସ୍କୁଲର ଲୋକାର୍ପଣ କରାଯିବାର କାର୍ଯ୍ୟକ୍ରମ ରହିଛି।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ରଘୁନନ୍ଦନ ଦାସ ଓ ବିଧାୟକ ମାନଙ୍କ ସମେତ ଲୋକସେବା ଭବନରୁ ମୋ ସ୍କୁଲର ଅଧ୍ୟକ୍ଷ ସସ୍ମିତା ବାଗଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗଦେଇଥିଲେ।

 

 

Leave a Reply