ରାଜ୍ୟରେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା, ୫୦୦ଉପରେ ସ୍ଥାନୀୟ ସଂକ୍ରମଣ

1 min read

ଭୁବନେଶ୍ୱର: କରୋନା ସଂକ୍ରମଣ ଭୟ ଏବେ ନିଦ ଉଡ଼ାଇଛି । ଦିନକରେ ନୂଆ ନୂଆ ରେକର୍ଡ କରୁଛି କରୋନା । ଦିନ ଯେତେ ବଢୁଛି ସେତେ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଶନିବାରରେ ୧୩୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଶତାଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଦିନକରୋ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ବଢୁଥିବା ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩୮୪ ଜଣ ସଂକ୍ରମିତ । ଏଥିମଧ୍ୟରୁ ୮୭୩ ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୫୧୧ ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ସୋମବାର ଚିହ୍ନଟ ହୋଇଥିବା ସମୁଦାୟ ସଂକ୍ରମିତ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୧୧, କୋରାପୁଟରୁ ୯୭, କଟକରୁ ୮୯, ବାଲେଶ୍ୱରରୁ ୭୯, ଗଜପତିରୁ ୬୧, ବଲାଙ୍ଗିରରୁ ୫୧ ଓ ସୁନ୍ଦରଗଡ଼ରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ୩୯, ବରଗଡ଼ରୁ ୩୩, ରାୟଗଡ଼ାରୁ ୩୮, ଭଦ୍ରକ ୨୫, ସମ୍ବଲପୁର ୯୩, ଅନୁଗୁଳ ୧୩, ମୟୂରଭଂଜରୁ ୨୯, ନବରଂଗପୁରରୁ ୨୬ ଏବଂ ନୟାଗଡ ଓ ଜଗତସିଂହପୁରରୁ ୨୨ ଜଣ ଲେଖାଏଁ ଚିହ୍ନଟ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଯାଜପୁରରୁ ୧୮, ପୁରୀରୁ ୧୭, କଳାହାଣ୍ଡିରୁ ୪, ନୂଆପଡାରୁ ୫, ସୋନପୁରରୁ ୬,  ଝାରସୁଗୁଡ଼ାରୁ ୭ ଏବଂ ଢେଙ୍କାନାଳ ଓ କେନ୍ଦ୍ରାପଡାରୁ ୧୧ ଲେଖାଏଁ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୨୬ଟି ଜିଲ୍ଲାରୁ ୧୩୮୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରେ କ୍ୱାରେଣ୍ଟାଇନରୁ ୮୭୩ ଓ ଲୋକାଲ କେସ ୫୧୧ ରହିଛି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଛି । ସେପଟେ ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଆଜି କରୋନାରେ ମୃତକଙ୍କ ସଂଖ୍ୟା ୨୦୭କୁ ବୃଦ୍ଧି ହୋଇଛି ।  ବର୍ତ୍ତମାନ ସୁଦ୍ଧା ୨୧ ହଜାର ୯୫୪ ସୁସ୍ଥ ହୋଇଥିବା ବେଳେ ୧୪ ହଜାର ୦୯୫ଟି ସକ୍ରିୟ ମାମଲା ରହିଛି ।

Leave a Reply