ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୦ ହଜାର ପାର୍, ଚିନ୍ତା ବଢାଇଲା ସ୍ଥାନୀୟ ସଂକ୍ରମଣ

1 min read

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏବେ ଦିନକରେ ନୂଆ ନୂଆ ରେକର୍ଡ କରୁଛି କରୋନା । ରାଜ୍ୟରେ ଲଗାତାର ମାସେ ହେବ ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । କିନ୍ତୁ ରବିବାରର ସଂକ୍ରମଣ  ପୂର୍ବର ସବୁ ରେକର୍ଡ଼କୁ ଭାଙ୍ଗିଛି । ଗତ ୨୪ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ସର୍ବାଧିକ ୨୯୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୨୪ ସଂକ୍ରମିତ ରାଜ୍ୟବାସୀଙ୍କୁ ଭୟଭୀତ କରିଛି । ତେବେ ଚିହ୍ନଟ ହୋଇଥିବା ସମୁଦାୟ ସଂକ୍ରମିତଙ୍କମଧ୍ୟରୁ ୧୮୧୫ ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୧୦୯ଟି ମାମଲା ସ୍ଥାନୀୟ ସଂକ୍ରମଣ ମାମଲା ରହିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ରବିବାରରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଓ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ଖୋର୍ଦ୍ଧାରୁ ୪୮୮ ଓ ଗଞ୍ଜାମରୁ ୩୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଅନୁଗୁଳରୁ ୩୭, ବାଲେଶ୍ୱରରୁ ୧୨୭, ବରଗଡ଼ରୁ ୪୮, ଭଦ୍ରକରୁ ୧୦୭, ବଲାଙ୍ଗୀରରୁ ୨୭, ବୌଦ୍ଧରୁ ୮, କଟକରୁ ୧୮୯, ଦେଓଗଡ଼ରୁ ୧୬, ଢେଙ୍କାନାଳରୁ ୪୦, ଗଜପତିରୁ ୭୧, ଜଗତସିଂହପୁରରୁ ୪୭ , ଯାଜପୁରରୁ ୨୦୦, ଝାରସୁଗୁଡ଼ାରୁ ୩୦, କଳାହାଣ୍ଡିରୁ ୨୭ , କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୦ , କେନ୍ଦୁଝରରୁ ୨୬, କୋରାପୁଟ ୯୫, ମାଲକାନଗିରିରୁ ୯୩, ମୟୁରଭଞ୍ଜରୁ ୧୩୬, ନବରଙ୍ଗପୁରରୁ ୨୬, ନୟାଗଡ଼ରୁ ୧୪୨, ନୂଆପଡ଼ାରୁ ୨୦, ପୁରୀରୁ ୧୪୪, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୩୭, ସୁନ୍ଦରଗଡ଼ରୁ ୧୬୧, ସୋନପୁରରୁ ୩୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

୩୦ଟି ଜିଲ୍ଲାରୁ ୨୯୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୮୧୫ ଓ ଲୋକାଲ କେସ ୧୧୦୯ ରହିଛି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୦,୦୫୦ରେ ପହଞ୍ଚିଛି । ରାଜ୍ୟରେ ଆଉ ୧୦ମୁଣ୍ଡ ନେଇଛି କରୋନା । ରାଜ୍ୟରେ ରବିବାରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୩ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪୦ ହଜାର ୭୨୬ ସୁସ୍ଥ ହୋଇଥିବା ବେଳେ ୧୮ ହଜାର ୯୨୮ଟି ସକ୍ରିୟ ମାମଲା ରହିଛି ।

 

Leave a Reply