spot_img

Latest Posts

ବଙ୍ଗୋପସାଗରରେ ବଢ଼ିଲା ବାତ୍ୟା ଭୟ

ନନ୍ଦିଘୋଷ ବ୍ୟୁରୋ: ବଙ୍ଗୋପସାଗରରେ ବଢ଼ିଲା ବାତ୍ୟା ଭୟ। ସ୍ବଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ। ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ। ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହୋଇପାରେ ଲଘୁଚାପ । ଏବେ ସମୁଦ୍ର ଭିତରେ ଆହୁରି ଘନୀଭୂତ ହେବାରେ ଲାଗିଛି ଲଘୁଚାପ । ୨୬ରେ ନେଇପାରେ ବାତ୍ୟାର ରୂପ । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେଇପାରେ । ସମୁଦ୍ର ଭିତରେ ବଳ ଗୋଟାଇ ଏହା ଧୀରେ ଶକ୍ତିଶାଳୀ ହେବା ସହ ୨୬ ତାରିଖରେ ବାତ୍ୟାରେ ପରିଣତ ହୋଇପାରେ । ବାତ୍ୟାର ଗତିପଥ, ତୀବ୍ରତା ନେଇ ସ୍ପଷ୍ଟ କରିନି ପାଣିପାଗ କେନ୍ଦ୍ର। ଧାନ ଅମଳ ସମୟ ହୋଇଥିବାରୁ ଅଦିନିଆ ବର୍ଷାକୁ ନେଇ ଚାଷୀଙ୍କୁ ଚିନ୍ତା ଘାରିଛି ।

Latest Posts

Don't Miss