ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନବୀନଙ୍କ ଦୀପାବଳି ଭେଟି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ କର୍ମଚାରୀଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇପିଏଫ ଓ ଇଏସ୍ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ । ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥାଗୁଡିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ମାତୃତ୍ୱ ଛୁଟି ପ୍ରଦାନ ବିଷୟ ବିଚାର କରି ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Leave a Reply