ଖାର୍କିଭ ଓ ପିସୋଚିନରୁ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କଲେ ରାଜ୍ୟ ସରକାର

ଭୁବନେଶ୍ୱର: ୟୁକ୍ରେନରେ ଯୁଦ୍ଧ ଜାରି ରହିଛି । ଯୁଦ୍ଧ ଅଞ୍ଚଳ ଖାର୍କିଭ୍ ଓ ପେସୋଚିନରେ ବର୍ତ୍ତମାନ ସୁଦ୍ଧା ଆହୁରି ଅନେକ ଓଡ଼ିଆ ଛାତ୍ରଛାତ୍ରୀ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମକୁ ଜୋରଦାର କରିଛନ୍ତି । ଖାର୍କିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ୩ ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ  ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି ।

Odisha Government Rescued Students From Ukraine

ଉକ୍ତ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ଏ ପର୍ଯ୍ୟନ୍ତ ୧୯୯ ଜଣ ଛାତ୍ରଛାତ୍ରୀ ନିରାପଦରେ ଭାରତରେ ପହଞ୍ଚି ସାରିଛନ୍ତି । ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି ।

Odisha Government Rescued Students From Ukraine

ନୂଆଦିଲ୍ଲୀ ସ୍ଥିତ ରେସିଡେଣ୍ଟ କମିଶନ୍ ଅଫିସ୍ ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ରକ୍ଷା କରୁଛନ୍ତି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ ପାଇଁ ୪ ଜଣ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ସମନ୍ୱୟ ରଖିବା ପାଇଁ ଦାୟିତ୍ୱ ଦେଇଛନ୍ତି ।

Leave a Reply