ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଜନିତ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହା ପୂର୍ବରୁ ୪ ଲକ୍ଷ ଟଙ୍କା ଥିଲା ।

ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ  ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।