କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବଢ଼ାଇଲେ ସରକାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତି ଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।

ନିଷ୍ପତ୍ତି ଅନୁଯାୟୀ, ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ବର୍ତ୍ତମାନ ଦରମା ୭ ହଜାର ୪ ଶହ ଟଙ୍କା ଥିବାବେଳେ ଏହା ୧୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକଙ୍କ ଦରମା ୯ ହଜାର ୨ ଶହ ଟଙ୍କାରୁ ୧୩ ହଜାର ୮ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ଦ୍ବାରା ୧୩ ହଜାର ୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଏବଂ ୧୯ ହଜାର ୭୧୪ କନିଷ୍ଠ ଶିକ୍ଷକଙ୍କୁ ମିଶାଇ ମୋଟ ୩୩ ହଜାର ୩୮ ଶିକ୍ଷକ ଉପକୃତ ହେବେ ।

Leave a Reply