ତଳିଆ ଅଞ୍ଚଳରୁ ୧୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର ପାଇଁ ସରକାର ପ୍ରସ୍ତୁତ

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ‘ଅମ୍ଫାନ’ ପ୍ରଭାବ ପଡ଼ିଲେ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ପ୍ରଭାବିତ ହେବାକୁ ଥିବା ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ତଳିଆ ଓ ସମୁଦ୍ର କୂଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ୫୬୭ଟି ବାତ୍ୟା ଆଶ୍ରୟସ୍ଥଳି ଓ ୭ ହଜାର କୋଠା ଘର ପ୍ରସ୍ତୁତ ରହିଛି ।

ଉପକୂଳ ଓଡ଼ିଶା ସହ ଉତ୍ତର ଓଡ଼ିଶାରେ ବାତ୍ୟା ପ୍ରଭାବ ପଡ଼ିଲେ ୧୧ ଲକ୍ଷ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ । ଏନଡିଆରଏଫର ୩ଟି ଟିମ୍, ଓଡ୍ରାଫର ୧୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ୩୫୫ଟି ଟିମ୍ ସ୍ଥାନାନ୍ତରଣ କାର୍ଯ୍ୟ ସହ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ପାଇଁ ପ୍ରସ୍ତୁତ ରହିଛନ୍ତି ।

ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଯୋଗୋଯୋଗ, ପାନୀୟ ଜଳ ସହ ହସ୍ପିଟାଲ ଗୁଡ଼ିକୁ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଜାଣନ୍ତୁ ବାତ୍ୟା ‘ଅମ୍ଫାନ’ର ନାମକରଣ କରିଛି କେଉଁ ଦେଶ…

Leave a Reply