ମେ’ ମାସରୁ ରାଜ୍ଯ ସରକାର ଗଣିବେ କଲରାପତରିଆ ବାଘ

1 min read

ଭୁବନେଶ୍ୱର: ମେ’ ମାସରୁ ରାଜ୍ଯ ସରକାର ଗଣିବେ କଲରାପତରିଆ ବାଘ । ନିଜସ୍ବ ଉଦ୍ଯମରେ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରିବେ ରାଜ୍ୟ ସରକାର । ଏ ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି  । ସେଥିପାଇଁ NTCA ରିପୋର୍ଟକୁ ତର୍ଜମା କରାଯାଉଛି। ତେବେ ସେଥିରେ କିଛି ତ୍ରୁଟି ଥିବା ଜଣାପଡ଼ିଛି । ତେଣୁ ଏହାକୁ ରାଜ୍ୟ ସ୍ତରରେ ସଂଶୋଧନ କରାଯିବ।

ପ୍ରଥମତଃ ଏହା NTCAର ଏକ ଆକଳନ ରିପୋର୍ଟ । ଦ୍ଵିତୀୟରେ ୨୦୨୨ରେ ସେମାନେ ମାତ୍ର ୩ଟି ସ୍ଥାନରେ କ୍ୟାମେରା ଟ୍ରାପ୍ ଲଗାଇଥିଲେ। ତେବେ ୨୦୧୮ ଆକଳନ ବେଳେ ୧୪ ଜାଗାରେ କ୍ୟାମେରା ଟ୍ରାପ ଲାଗିଥିଲା । ଯେଉଁଥିରୁ ସେମାନେ ୭୬୦ କଲରାପତରିଆ ଥିବା ଜାଣିବାକୁ ପାଇଥିଲେ। ତେବେ ୨୦୨୨ରେ ଶିମିଳିପାଳ ଓ ସାତକୋଶିଆରେ କଲରାପତରିଆ ସଂଖ୍ୟା ବଢ଼ିଥିବା ରାଜ୍ୟ ପାଇଁ ଖୁସି ଖବର। NTCAର କଲରାପତରିଆ ଆକଳନ ରିପୋର୍ଟ ଗ୍ରହଣୀୟ। କିନ୍ତୁ ସେମାନେ ବହୁତ କମ ଅଞ୍ଚଳରେ କ୍ୟାମେରା କଭର କରିଥିବାରୁ ଆକଳନ ନେଇ ସହମତ ହୋଇପାରିନାହୁଁ ବୋଲି ପିସିସିଏଫ କହିଛନ୍ତି।