ବଙ୍ଗୋପସାଗରରେ ଲଘୁଚାପ, ବର୍ଷା ଓ ଘଡ଼ଘଡ଼ି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

1 min read
Odisha likely to receive heavy rainfall at few places with lightning & thunderstorm

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଉପକୂଳ ଜିଲ୍ଲାରେ ବର୍ଷା ଲାଗି ରହିଛି । ୧୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ଘଡ଼ଘଡ଼ି ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଜି ପାଇଁ ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ଘଡ଼ଘଡ଼ି ଓ ବଜ୍ରପାତ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାକୁ ଆଲର୍ଟ କରାଯାଇଛି ।

Odisha likely to receive heavy rainfall at few places with lightning & thunderstorm

୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିଭଳି ଘଡ଼ଘଡ଼ି ଓ ବଜ୍ରପାତ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୮ ଓ ୧୯ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବା ଲାଗି କହିଛି ପାଣିପାଗ ବିଭାଗ । ସେହିଭଳି ପଶ୍ଚିମକେନ୍ଦ୍ରୀୟ ଓ ଉତ୍ତରବଙ୍ଗୋପସାଗରକୁ ୧୭ରୁ ୧୯ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply